www.samajalive.in
Saturday, December 6, 2025
15.1 C
Bhubaneswar

ଦିନ ୧୧ଟା – ମୁଖ୍ୟ ଖବର

ଦେଶରେ ୨୪ ଘଣ୍ଟାରେ ନୂଆ ଆଉ ୧ଲକ୍ଷ ୩୨ ହଜାର ୭୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୩,୦୭,୮୩୨କୁ ବୃଦ୍ଧି ପାଇଛି

ଚିକିତ୍ସାଧୀନ ଅବସ୍ଥାରେ ୩,୨୦୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୦୨ରେ ପହଞ୍ଚିଛି

- Advertisement -

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ;  ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୦୨ , ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସଂଗରୋଧରୁ ୪୭୪୧ ଏବଂ ସ୍ଥାନୀୟ ସଂକ୍ରମିତ ୩୬୫୮ ଜଣ ରହିଛନ୍ତି

ଓଡ଼ିଶାରେ ଦିନକରେ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ ମୃତ୍ୟୁସଂଖ୍ୟା ୨୮୩୧କୁ ବୃଦ୍ଧି

ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରଭାବରେ ଦେଶରେ ସ୍ୱାଭାବିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମଧ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି

ରାଜଧାନୀକୁ ଟପିଗଲା ମାଲଗାଡି ; ଉତ୍ସର୍ଗୀକୃତ ପଣ୍ୟ କରିଡରରେ ଘଣ୍ଟାକୁ ପ୍ରାୟ ୧୦୦ କିଲୋମିଟର ବେଗରେ ଚାଲିଲା ମାଲବାହୀ ଟ୍ରେନ

ଭାରତରେ ନିର୍ମିତ ପ୍ରଥମ ଦଫା ରୁଷୀୟ କୋଭିଡ ଟିକା ସ୍ପୁଟନିକ ଭି ସେଣ୍ଟ୍ରାଲ ଡ୍ରଗ୍ସ ଲାବୋରେଟୋରୀ (ସିଡିଏଲ) କସଉଲିର ଲାଭ କରିଛି ମଞ୍ଜୁରି

କରୋନା-୨୦୧୯ ଦ୍ବିତୀୟ ଲହରରେ ପ୍ରାୟ ଏକ କୋଟି ଭାରତୀୟ ହରାଇଛନ୍ତି ଚାକିରି ,  କରୋନା ଆରମ୍ଭରୁ ଏ ପର୍ଯ୍ୟନ୍ତ ଦେଶର ୯୭ ପ୍ରତିଶତ ପରିବାରର ଆୟ ହ୍ରାସ ପାଇଛି ବୋଲି ‘ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି’ (ସିଏମଆଇଇ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମହେଶ ବ୍ୟାସ ଦେଇଛନ୍ତି ସୂଚନା

ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ପଦରୁ ଇସ୍ତଫା ଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଥିବା ଆଲାପନ୍‌ ବନ୍ଦୋପାଧ୍ୟାୟଙ୍କ ବଢ଼ୁଛି ଅଡ଼ୁଆ

ବୈଠକ ବିବାଦ: ମମତାଙ୍କ ମନ୍ତବ୍ୟକୁ ମିଛ କହିଲା କେନ୍ଦ୍ର

ଟି୨୦ ବିଶ୍ବକପ୍‌ ଭାରତରେ ଆୟୋଜନ ହେବ କି ନାହିଁ, ଜୁନ୍ ୨୮ ସୁଦ୍ଧା ଜଣାଅ – ଆଇସିସି

ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଅଞ୍ଚଳରେ ହାଇୱାକୁ ଅନ୍ୟ ଏକ ହାଇୱା ପଛରୁ ପିଟିବାରୁ ଘଟଣାସ୍ଥଳରେ ପଛରୁ ପିଟିଥିବା ହାଇୱାର ଚାଳକ ଜୀବନ୍ତ ଦଗ୍ଧ ହୋଇଛନ୍ତି

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ଶରଧାପୁର ନିକଟରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଯୁବକ ଗୁରୁତର ହୋଇଛନ୍ତି

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories