www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୨ଟା – ମୁଖ୍ୟ ଖବର (୧୪ ମେ ୨୦୨୧)

ଦେଶ/ବିଦେଶ ଖବର
ଛାତି ଏକ୍ସ-ରେ ଦ୍ବାରା ଚିହ୍ନଟ ହେବ କୋଭିଡ ସଂକ୍ରମଣ; ଡିଆରଡିଓ ତିଆରି କଲା ‘ଆତ୍ମନ ଏଆଇ’
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଚିତ୍ରକୂଟ ଜେଲରେ ଗୁଳିକାଣ୍ଡ  ; ୨ କଏଦୀଙ୍କୁ ହତ୍ୟା

– କୋଭିଶିଲ୍ଡ ଟିକାର ୨ଟି ପାନ ମଧ୍ୟରେ ୪ ମାସ ବ୍ୟବଧାନ ଯଥାର୍ଥ ବୋଲି କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମୁଖ୍ୟ ଚିକିତ୍ସା ପରାମର୍ଶଦାତା ଡା. ଫାଉଚୀ।

- Advertisement -

– ରାହୁଲ, ପ୍ରିୟଙ୍କାଙ୍କୁ ପ୍ରସବ କରାଇଥିବା ଖ୍ୟାତନାମା ସ୍ତ୍ରୀ ରୋଗ ବିଶେଷଜ୍ଞ ଡା. ଏସ.କେ. ଭଣ୍ଡାରୀଙ୍କ ଦେହାନ୍ତ

– ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୪୩ ହଜାର ୧୪୪ କରୋନା ସଂକ୍ରମିତ ଚିହ୍ନଟ, ପ୍ରାଣ ହରାଇଛନ୍ତି ୪ ହଜାର ରୋଗୀ

– ଗଙ୍ଗା ନଦୀର ଖେରେଶ୍ଵର ଘାଟରେ ପୋତାଯାଇଛି ଶତାଧିକ ମୃତହେଦ, ବର୍ଷାରେ ବାଲି ଧୋଇଯିବାରୁ ସାମ୍ନାକୁ ଆସିଲା ଘଟଣା

– ବର୍ଷ ଶେଷ ସୁଦ୍ଧା ସମସ୍ତ ନାଗରିକଙ୍କୁ ଟିକାକରଣ କରିବା ନେଇ ସରକାରଙ୍କ ଦୃଢୋକ୍ତି।

– ୧୦ ରାଜ୍ୟରେ ୭୨% ନୂଆ ସଂକ୍ରମିତ। ଗୁରୁବାର ଦେଶରେ ଚିହ୍ନଟ ହୋଇଥିବା ଦୈନିକ ସଂକ୍ରମଣ ମଧ୍ୟରୁ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୭୨% ସଂକ୍ରମିତ ରହିଛନ୍ତି।

– ‘ଗୋ ଏୟାର’ ନାମ ବଦଳି ‘ଗୋ ଫାଷ୍ଟ’ ହେଲା। ୧୫ ବର୍ଷ ଉଡାଣ ପରେ ବିମାନ ଚଳାଚଳ ସଂସ୍ଥାର ନାମ ପରିବର୍ତ୍ତନ।

– କେ.ପି. ଶର୍ମା ଓଲି ନେପାଳ ପ୍ରଧାନମନ୍ତ୍ରୀ ଭାବରେ ପୁନଃ ଅବସ୍ଥାପିତ, ବିରୋଧୀ ଦଳ ସଂଖ୍ୟାଗରିଷ୍ଠତା ଜୁଟାଇବାରେ ବିଫଳ।

– ଭୋପାଳ ସରକାରୀ ଡାକ୍ତରଖାନାରେ କରୋନା ରୋଗୀଙ୍କୁ ବଳାତ୍କାର, ୨୪ ଘଣ୍ଟା ପରେ ପ୍ରାଣ ହରାଇଲେ ରୋଗୀ।

ରାଜ୍ୟ ଖବର
ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଆଜି ଓ ଆସନ୍ତା କାଲି ବର୍ଷା ହେବାରେ ସମ୍ଭବାନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟର ଉପକୂଳବର୍ତ୍ତି ଜିଲା ଓ ମାଲକାନଗିରି, ରାୟଗଡା, କନ୍ଧମାଳ, ଜିଲାରେ ମଧ୍ୟ ବର୍ଷା ହେବାର ସମ୍ଭବାନା ରହିଛି

– ରାଜ୍ୟରେ ଦିନକରେ ସର୍ବାଧିକ ୨୨ କରୋନା ଆକ୍ରାନ୍ତ ମୃତ, ମୋଟ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି

– ରାଜ୍ୟରେ ଦିନକରେ ୧୨୩୯୦ ନୂଆ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୨୨୦୧।

– ସରକାର ଦେଲେ ଅନୁମତି, ଘରେ ପହଞ୍ଚିବ ମଦ। ଅନ୍‌ଲାଇନରେ ଅର୍ଡର କରିପାରିବେ ଇଚ୍ଛୁକ ବ୍ୟକ୍ତି।

– ରାଜ୍ୟରେ କାର୍ଯ୍ୟବନ୍ଦ, ଧର୍ମଘଟ, ଧାରଣା ମନା –ଏସ୍‌ମା ଲାଗୁ କଲେ ସରକାର

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories