www.samajalive.in
Tuesday, December 9, 2025
16.1 C
Bhubaneswar

କେନ୍ଦ୍ରାପଡ଼ାରେ ଦୁଇଦିନ ମଦ ବ୍ୟବସାୟ ବନ୍ଦ

ଭୁବନେଶ୍ୱର: ପୁରୀର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆସନ୍ତା ୨୨ତାରିଖରେ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଦୁଇ ଦିନ ମଦ ବ୍ୟବସାୟ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଜିଲ୍ଲାରେ ଥିବା ସମସ୍ତ ମଦ ଦୋକାନ ଗୁଡିକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ବୁଧବାର ପୁରୀରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି। ଏଥିରେ ଦେଶର କୋଣ ଅନୁକୋଣରୁ ବହୁ ବରିଷ୍ଠ ବ୍ୟକ୍ତିବିଶେଷ ଯୋଗଦେବେ ।

ଆଇନ ଶୃଙ୍ଖଳା ସହ ଶାନ୍ତିପୂର୍ଣ୍ଣ ପରିବେଶ ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ଆସନ୍ତା ୨୨ ତାରିଖରେ ରାମଲାଲାଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁ ଶୁଭ ଏବଂ ଐତିହାସିକ ମୁହୂର୍ତ୍ତକୁ ସାରା ଦେଶ ଅପେକ୍ଷା କରିରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୨୨ରେ ରାମ ମନ୍ଦିର ପ୍ରତିଷ୍ଠା କରିବେ। ତେଣୁ ୨୨ ତାରିଖରେ ମଧ୍ୟ ଜିଲ୍ଲାରେ ମଦ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶ ରହିଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories