www.samajalive.in
Friday, December 12, 2025
27.1 C
Bhubaneswar

ଆଜି ଖୋଲିବ ଲିଙ୍ଗରାଜ ମନ୍ଦିର

ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଖୋଲିବ। ତେବେ ମନ୍ଦିରକୁ ପ୍ରବେଶ କରିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି) ଜାରି କରିଥିବା କୋଭିଡ୍‍ ମାର୍ଗଦର୍ଶିକା ପାଳନ କରିବାକୁ ପଡିବ। ମନ୍ଦିରକୁ ପ୍ରବେଶ ପୂର୍ବରୁ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ। ଗର୍ଭଗୃହରେ ଦର୍ଶନ ସମ୍ପୂର୍ଣ୍ଣ ବାରଣ ରହିଛି। ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ।

ପ୍ରତ୍ୟେକ ଶ୍ରଦ୍ଧାଳୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସାମାଜିକ ଦୂରତା ମାନିବା ବାଧ୍ୟତାମୂଳକ କରାଯାଇଛି। ରୋଗାକ୍ରାନ୍ତ, ବୟସ୍କ, ଗର୍ଭବତୀ, ୧୮ ବର୍ଷରୁ କମ୍‍ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରା କଟକଣା ରହିଛି। ନିୟମ ପାଳନରେ ତ୍ରୁଟି ହେଲେ ମନ୍ଦିର ଖୋଲାଯିବା ନିଷ୍ପତି ପ୍ରତ୍ୟାହାର ହେବ ବୋଲି କୁହାଯାଇଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories