www.samajalive.in
Tuesday, December 9, 2025
15.1 C
Bhubaneswar

କର୍ଣ୍ଣାଟକରେ ବଢିଲା ତାଲାବନ୍ଦ କଟକଣା ; ଜୁନ୍‍ ୭ ପର୍ଯ୍ୟନ୍ତ ଜାରି ରହିବ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାକୁ ଦୃଷ୍ଟିରେ ରଖି ସେଠାରେ ତାଲାବନ୍ଦ କଟକଣା ଅବଧିରେ ବୃଦ୍ଧି କରାଯାଇଛି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦିୟୁରାପ୍ପା ଶୁକ୍ରବାର ରାଜ୍ୟବ୍ୟାପୀ ତାଲାବନ୍ଦ କଟକଣା ଆଉ ଏକ ସପ୍ତାହ ବୃଦ୍ଧି କରିଛନ୍ତି। ଫଳରେ ଏହି କଟକଣା ଜୁନ୍‍ ୭ ପର୍ଯ୍ୟନ୍ତ ବଳବତ୍ତର ରହିବ। ପୂର୍ବରୁ ମଇ ୧୦ରୁ ମଇ ୨୪ ପର୍ଯ୍ୟନ୍ତ ରାଜ୍ୟ ସରକାର କଟକଣା ଜାରି କରିଥିଲେ।
ଇତିମଧ୍ୟରେ କର୍ଣ୍ଣାଟକରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାରରୁ ଅଧିକ ରହୁଛି ଏବଂ ମୃତ୍ୟୁସଂଖ୍ୟା ମଧ୍ୟ ଅନୁରୂପ ଭାବେ ଅଧିକ ରହୁଥିବା ଲକ୍ଷ୍ୟ କରାଯାଇଛି। ରାଜ୍ୟରେ ସଂପ୍ରତି ୫ ଲକ୍ଷରୁ ଅଧିକ ସକ୍ରିୟ ସଂକ୍ରମିତ ରହିଛନ୍ତି।
ମୁଖ୍ୟମନ୍ତ୍ରୀ ୟେଦିୟୁରାପ୍ପା କହିଛନ୍ତି ଯେ, ରାଜ୍ୟର ବରିଷ୍ଠ ମନ୍ତ୍ରୀଗଣ, ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ଅଧିକାରୀମାନଙ୍କ ସହିତ ଆଲୋଚନା କରାଯିବା ପରେ ତାଲାବନ୍ଦ ଅବଧି ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ବିଶେଷଜ୍ଞମାନେ ସରକାରଙ୍କୁ ପରାମର୍ଶ ଦେଇଥିଲେ। ଜନସାଧାରଣ ଏଥିରେ ପୂର୍ଣ୍ଣ ସହଯୋଗ କରିବା ସହିତ କୋଭିଡ ସମ୍ପର୍କିତ ନିୟମାବଳୀ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories