ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୫ରୁ ଅପ୍ରେଲ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୫ଟି ମାମଲା ଦାୟର କରାଯାଇଛି। ସେଥିରୁ ୪୦ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ, ୨ଟି ହୋମ୍ କ୍ୱରାଣ୍ଟାଇନ୍ ଉଲ୍ଲଂଘନ ପାଇଁ ଏବଂ ୩ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୩୩ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories


