www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଘୋଷଣା- ମେ ୩ ଯାଏ ବଢ଼ିଲା ଲକଡାଉନ

ନୂଆଦିଲ୍ଲୀ: କରୋନା ଭୂତାଣୁର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମେ ମାସ ୩ ତାରିଖ ପର୍ଯ୍ୟନ୍ତ ଲକଡାଉନ ସମୟସୀମାକୁ ବୃଦ୍ଧି କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ କରୋନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ସମୟରେ ଏ ନେଇ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆସନ୍ତା ଏପ୍ରିଲ ୨୦ରେ ଲକଡାଉନ କଟକଣାର ସମୀକ୍ଷା କରାଯିବ। ଥାନାୱାରୀ, ଜିଲାୱାରୀ ଲକଡାଉନ ପାଳନର ସ୍ଥିତି ନେଇ ସମୀକ୍ଷା ହେବ ବୋଲି ମୋଦୀ କହିଛନ୍ତି।

ଉଦବୋଧନ ସମୟରେ ମୋଦୀ ଦେଶବାସୀଙ୍କୁ ଧନ୍ୟବାଦ ନେଇ କହିଛନ୍ତି, ଆପଣଙ୍କ ତ୍ୟାଗ ଯୋଗୁ ଆମେ କରୋନାରୁ କିଛିଟା ବର୍ତ୍ତି ଯାଇଛେ। ସାମାଜିକ ଦୂରତା ରକ୍ଷା କରିବା ଦ୍ବାରା ଆମେ କରୋନାର ମୁକାବିଲାରେ ସଫଳ ହୋଇଛୁ। ଅନ୍ୟ ଦେଶ ତୁଳନାରେ ଭାରତର ସ୍ଥିତି ଭଲ ରହିଛି। ଯଥା ସମୟରେ ଉଚିତ ପଦକ୍ଷେପ ନିଆଯାଇଥିବାରୁ ସ୍ଥିତିକୁ ନିୟନ୍ତ୍ରଣାଧୀନ ରଖାଯାଇ ପାରିଛି। ଦେଶବାସୀଙ୍କ ପାଇଁ ରାସନ ସାମ୍ରଗୀଠାରୁ ଆରମ୍ଭ କରି ଔଷଧ ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ରହିଛି। ସମସ୍ତ ଦେଶବାସୀ ନିଶ୍ଚିନ୍ତରେ ରହିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories