www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ନାମାଙ୍କନ ଦାଖଲ କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ନାମାଙ୍କନ ଦାଖଲ କରିବେ। କେରଳର ୱାୟନାଡରେ ଲୋକସଭା ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବେ ରାହୁଲ। ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏକ ବିଶାଳ ରୋଡ ସୋରେ ଯାଇ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି। ଏହି ସମୟରେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉପସ୍ଥିତ ରହିବେ। ଏହି ଆସନରେ ୨୬ ଏପ୍ରିଲରେ ମତଦାନ ଗ୍ରହଣ କରାଯିବ। ଗତ ନିର୍ବାଚନରେ ରାହୁଲ ଗାନ୍ଧୀ ପାଖାପାଖି ୫ଲକ୍ଷ ଭୋଟ୍‌‌ ବ୍ୟବଧାନରେ ଏଠାରେ ବଡ ବିଜୟ ହାସଲ କରିଥିଲେ। ଚଳିତ ଥର ରାହୁଲଙ୍କ ବିପକ୍ଷରେ ଏଠାରେ ସିପିଆଇ ସାଧାରଣ ସମ୍ପାଦକ ଡି ରାଜାଙ୍କ ପତ୍ନୀ ଆନି ରାଜା ଏବଂ ବିଜେପିର ରାଜ୍ୟ ସଭାପତି କେ ସୁରେନ୍ଦ୍ରନ ନିର୍ବାଚନ ମଇଦାନକୁ ଓହ୍ଲାଇବେ। ଏହି ତିନି ନେତାଙ୍କୁ ନେଇ ଏଠାରେ କଡା ମୁକାବିଲା ହେବ ବୋଲି ଆକଳନ କରାଯାଉଛି। ତେବେ ରାହୁଲ ଏହି ଆସନରୁ ସାଂସଦ ଥିବାବେଳେ ଅନ୍ୟ ଦୁଇଜଣଙ୍କ ଅପକ୍ଷୋ ବଡ ଚେହେରା ଭାବେ ଉଭା ହୋଇଛନ୍ତି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories