www.samajalive.in
Monday, December 15, 2025
15.1 C
Bhubaneswar

ଲୋକସଭା ନିର୍ବାଚନ: ଫେବୃଆରୀ ୨୯ରେ ଶହେ ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସରେ କେନ୍ଦ୍ର ନିର୍ବାଚନ ଆୟୁକ୍ତ ଦେଶର ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି। ତାରିଖ ଘୋଷଣା ହେବା ପୂର୍ବରୁ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ପ୍ରଥମ ଦଫାରେ ୧୦୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

ଫେବୃଆରୀ ୨୯ ତଥା ଗୁରୁବାର ଦଳ ପକ୍ଷରୁ ୧୦୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବା ସହିତ ସେମାନେ କେଉଁଠି ଲଢ଼ିବେ, ତା’ର ତାଲିକା ବିଜେପି ପକ୍ଷରୁ ଜାରି କରାଯିବ। ବିଜେପିର ପ୍ରଥମ ଦଫାରେ ୧୦୦ ଜଣ ପ୍ରାର୍ଥୀଙ୍କ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାମ ରହିବ ବୋଲି ବିଜେପି ସୂତ୍ରରୁ ଜଣାପଡ଼ିଛି।

- Advertisement -

ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ଗୁରୁବାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି। ପ୍ରଥମ ଦଫାରେ ଶହେ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ସମ୍ଭାବନା ରହିଛି। ଫେବୃଆରୀ ୨୯ ତଥା ଗୁରୁବାରରେ ବିଜେପିର ଗୁରୁତ୍ବପୂର୍ଣ୍ଣ ସିଇସି ବୈଠକ ବସିବ। ଉକ୍ତ ବୈଠକ ପରେ ଶହେ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା ସମ୍ଭାବନା ରହିଛି।

ପ୍ରଥମ ଦଫା ପ୍ରାର୍ଥୀ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାମ ବି ରହିପାରେ। ଗୁରୁବାର ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories