www.samajalive.in
Sunday, December 7, 2025
14.1 C
Bhubaneswar

ନବରଙ୍ଗପୁରରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୧ ଅନୁଷ୍ଠିତ

ନବରଙ୍ଗପୁର: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଜଜ୍ ଅଶୋକ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୧ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଜଜ୍ ଶ୍ରୀ ପଣ୍ଡା ତିନିଟି (୩) ଏମ.ଏ.ସି.ଟି. କେସ ଫଇସଲା କରି ୧୫ଲକ୍ଷ ୨୦ ହଜାର ଟଙ୍କା କ୍ଷତିପୂରଣ ରାଶି ଧାର୍ୟ୍ୟ କରିଛନ୍ତି । ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରି ସୁଦାମ ଚରଣ ଦାସ ୮ ଟି ଜମାନତ ମକଦ୍ଦମାର ଫଇସଲା କରି ଟ.୧,୦୦୦/- ଟଙ୍କା ଜୋରିମାନା ଆଦାୟ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅନ୍ନପୂର୍ଣ୍ଣା ନାୟକ ୨ ଟି ପ୍ରାକ ମକଦ୍ଦମା ଆପୋଷ ମିଳାମିଶା କରିଛନ୍ତି ।

ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ ପ୍ରିୟ ରଞ୍ଜନ ଓଝା ୪୬ ଟି ଫୌଜଦାରୀ ମକଦ୍ଦମାର ଫଇସଲା କରିଛନ୍ତି ଓ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଅରୟବାଲା ତ୍ରିପାଠୀ, ୧ ଟି ଫୌଜଦାରୀ ମକଦ୍ଦମାର ଫଇସଲା କରିଛନ୍ତି। ଏହି ଲୋକ ଅଦାଲତରେ ବ୍ୟାଙ୍କର ୫ ଟି ପ୍ରାକ ମକଦ୍ଦମା ଫଇସଲା କରାଯାଇ ଟ. ୧,୭୬,୦୦୦/- ଋଣ ଆଦାୟ କରାଯାଇଛି । ଏହି ଲୋକ ଅଦାଲତ ରେ ସର୍ବମୋଟ ୧୨୦ ଗୋଟି କୋର୍ଟ କେସର ଫଇସଲା କରାଯାଇଛି । ଏହି ଲୋକ ଅଦାଲତରେ ଅତିରିକ୍ତ ଜିଲ୍ଲା ଜଜ ପ୍ରଣୟ କୁମାର ଦାସ, ବରିଷ୍ଠ ଦେବାନୀ ଜଜ, ରାଜ କିଶୋର ଜେନା ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ଅପର୍ଣ୍ଣା ମହାପାତ୍ର ଓ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ସୁମନ୍ତ କୁମାର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅନ୍ନପୂର୍ଣ୍ଣା ନାୟକ ଏହି ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories