www.samajalive.in
Saturday, December 6, 2025
16.1 C
Bhubaneswar

୬୦ ଫୁଟ ବୋରୱେଲରୁ ସୁରକ୍ଷିତ ଉଦ୍ଧାର ହେଲା ୮ ବର୍ଷର ଲୋକେଶ

ଡେସ୍କ: ମଧ୍ୟପ୍ରଦେଶର ବିଦିଶା ଜିଲ୍ଲା ଖେର ଖେଡି ଗ୍ରାମରେ ୬୦ ଫୁଟ ଗଭୀର ବୋରୱେଲରେ ଖସି ପଡ଼ିଥିବା ଆଠ ବର୍ଷର ଶିଶୁ ଲୋକେଶକୁ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ସୁରକ୍ଷିତ ଉଦ୍ଧାର କରିଛି। ବୋରୱେଲ ସହିତ ସମାନ୍ତରାଳ ଗର୍ତ୍ତ ଖୋଳିବା ପରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଉଭୟ ଗର୍ତ୍ତ ମଧ୍ୟରେ ଏକ ଟନେଲ ତିଆରି କରିଥିଲା। ପିଲାଟିକୁ ସୁରକ୍ଷିତ ରଖିବା ପାଇଁ ଏକ ପ୍ଲାଟଫର୍ମ ବ୍ୟବସ୍ଥା ମଧ୍ୟ କରାଯାଇଥିଲା। ପିଲାଟି ୪୩ ଫୁଟରେ ଅଟକି ରହିଥିଲା ଏବଂ ଏକ ଡାକ୍ତର ଟିମ୍ ଶିଶୁ ଉପରେ ନଜର ରଖିଥିଲେ। ଲୋକେଶକୁ ଆମ୍ବୁଲାନ୍ସରେ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ସେଠାରେ ତାର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories