ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ତାଙ୍କ ଠାରୁ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟ କରିବା ସହ ଦୁର୍ବୃତ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ହୋଟେଲ ମାଲିକ ଜଣକ ଘରକୁ ଫେରୁଥିବା ସମୟରେ ତାଙ୍କୁ କିଛି ଲୁଟେରା ଅଟକାଇ ଲୁଟ କରିଥିଲେ।
ରାଜଧାନୀରେ ବ୍ୟବସାୟୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ ଅଭିଯୋଗ
Popular Categories



