www.samajalive.in
Tuesday, December 9, 2025
16.1 C
Bhubaneswar

ଘର ତାଲା ଭାଙ୍ଗି ଟଙ୍କା, ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ପାଟଣା : କେନ୍ଦୁଝର ଜିଲା ପାଟଣା ଥାନା କେନ୍ଦୁଯୋଡା ଗ୍ରାମରେ ବୁଧବାର ଦିନ ଦ୍ବିପ୍ରହରରେ ଘରର ତାଲା ଭାଙ୍ଗି ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ପାଟଣା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ଗ୍ରାମର ଜଗବନ୍ଧୁ ମହନ୍ତଙ୍କ ପରିବାର ଲୋକେ ବିଲକୁ ଧାନ କାଟିବାକୁ ଯାଇଥିଲେ । ଏହାର ସୁଯୋଗ ନେଇ ଦୁର୍ବୃତ୍ତ ଘରର ତାଲା ଭାଙ୍ଗି ନଗଦ ୨୦ ହଜାର ଟଙ୍କା, ୧୦ ଗ୍ରାମର ସୁନା, ପାଉଁଜି ଦୁଇ ହଳ, ଗୋଟିଏ ମଙ୍ଗଳସୂତ୍ର ଚୋରି ହୋଇଥିବା ନେଇ ପାଟଣା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories