www.samajalive.in
Friday, December 5, 2025
23.1 C
Bhubaneswar

ମନ୍ଦିର ହୁଣ୍ଡି ଭାଙ୍ଗି ୪୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କୋଣାର୍କ: ପୁରୀ ଜିଲା କୋଣାର୍କର ଅଧିଷ୍ଠାତ୍ରୀ ଦେବୀ ମା ଭଗଵତୀଙ୍କ ମନ୍ଦିରରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣାର ପୁଲିସର ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ, ଗତକାଲି ଵିଳମ୍ଵିତ ରାତିରେ କୋଣାର୍କ ସ୍ଥିତ ଦେବୀ ମା ଭଗବତୀଙ୍କ ମନ୍ଦିରର ମୁଖ୍ୟ ଦ୍ୱାର ଗ୍ରୀଲ ଭାଙ୍ଗି ଭିତରରେ ଥିବା ହୁଣ୍ଡିରୁ ନଗଦ ୪୦ହଜାର ଟଙ୍କା, ୨ଟି ସୁନା ମୁକୁଟ, ମାଙ୍କ ପୂଜା ଥାଳି ସହ ଗୁରୁତ୍ବପୂର୍ଣ୍ଣ  ସାମଗ୍ରୀ ଦୃର୍ବୃତ୍ତମାନ ଲୁଟି ନେଇଛନ୍ତି। ଏନେଇ ମନ୍ଦିର ଦାୟିତ୍ବ ରେ ଥିବା ମାଧିପୁର ଗ୍ରାମର ସୁଶାନ୍ତ କୁମାର ପାଢୀ ଶୁକ୍ରବାର ସକାଳ ୬ଟା ରେ କୋଣାର୍କ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତ୍ତି କରି କୋଣାର୍କ ଥାନା ଅଧିକାରୀ ସଂଜୀବ କୁମାର ପ୍ରଧାନ ଙ୍କ ନେତୃତ୍ୱରେ ଏକ ପୁଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ କୋଣାର୍କ ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ କୁ ଜୋରଦାର କରାଯାଉଥିବା କୋଣାର୍କ ଥାନା ଅଧିକାରୀ ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories