www.samajalive.in
Friday, December 5, 2025
16.1 C
Bhubaneswar

ଡ଼କାୟତ ଆକ୍ରମଣରେ ୨ ଗୁରୁତର , ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ

ଯାଜପୁର : ଯାଜପୁର ବିଞ୍ଝାରପୁର ଥାନା ଅନ୍ତର୍ଗତ ଆଉଁରି ପଞ୍ଚାୟତ କୁଆଁରପୁର ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଡ଼କାୟତି ହୋଇଛି। ଡ଼କାୟତଙ୍କ ଆକ୍ରମଣରେ ମା’ ଓ ଝିଅ ଗୁରୁତର ହୋଇଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, କୁଆଁରପୁର ଗାଁର ରମାକାନ୍ତ ମହଲଙ୍କ ଘରେ ବିଳମ୍ବିତ ରାତିରେ ୭ଜଣ ଦୁର୍ବୃତ୍ତ ଘରର କବାଟ ଭାଙ୍ଗି ଟଙ୍କା ଓ ସୁନା ଲୁଟ କରିଥିଲେ। ପରିବାର ଲୋକେ ପ୍ରତିବାଦ କରିବାରୁ ସେମାନଙ୍କୁ ଦୁର୍ବୃତ୍ତମାନେ ଶାବଳ ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ମା’ ଓ ଝିଅ ଗୁରୁତର ଆହତ ହୋଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହା ସହ ଡ଼କାୟତମାନଙ୍କୁ ଶୀଘ୍ର ଗିରଫ କରାଯିବ ପାଇଁ ଉଦ୍ୟମ ହେଉଛି ବୋଲି ଥାନା ଅଧିକାରୀ କହିଛନ୍ତି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories