www.samajalive.in
Monday, December 8, 2025
27.1 C
Bhubaneswar

ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରୁ ଲୁଟ୍

ପୁରୀ: କାକଟପୁର ଅସ୍ତରଙ୍ଗ ଥାନା ଆଳସାହି ଗାଁରେ ଅଭାବନୀୟ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ୍ ହୋଇଛି। ଲୁଟର ଶିକାର ହୋଇଥିବା ବ୍ୟକ୍ତି ଜଣକ ବିଷ୍ଣୁ ଚରଣ ମଲ୍ଲିକ ବୋଲି ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ କିଛି ଲୁଟେରା ଗ୍ରୀଲ ତାଡି ବିଷ୍ଣୁ ଚରଣଙ୍କ ଘରେ ପଶିଥିଲେ । ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଟଙ୍କାର ସୁନା ଗହଣା ସାଙ୍ଗକୁ ନଗଦ ୮୦ହଜାର ଟଙ୍କା ଚୋରି କରିନେଇଥିବା ଅଭିଯୋଗ ହୋଇଛି ।  ଏ ନେଇ ବିଷ୍ଣୁ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories