www.samajalive.in
Sunday, December 7, 2025
18.1 C
Bhubaneswar

ଛାତ୍ରଙ୍କଠୁ ଟଙ୍କା ଓ ସୁନା ଝାମ୍ପିନେଲେ ଦୁର୍ବୃତ୍ତ

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ଲେବଲ କ୍ରସିଂଙ୍ଗ ନିକଟରେ ସୋମବାର ରାତିରେ ବ୍ରହ୍ମପୁର ମେଡିକାଲ ଛାତ୍ରଙ୍କଠାରୁ ଦୁର୍ବୃତ୍ତମାନେ ସୁନା, ଟଙ୍କା ଝାମ୍ପି ନେଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି । ସୂଚନା ପ୍ରକାରେ ସୋମବାର ରାତିରେ ମେଡିକାଲ ଛାତ୍ର ଶାଶ୍ବତ ସୋମ୍ୟ ଜାଲି ଆମ୍ବପୁଆ ଲେବର କ୍ରସିଂଙ୍ଗ ବନ୍ଦ ରହିଥିବାରୁ ସେଠାରେ ଅପେକ୍ଷା କରିଥିଲେ । ସେହି ସମୟରେ ଦୁର୍ବତ୍ତମାନେ ସେଠାରେ ପହଞ୍ଚି ତାଙ୍କୁ  ଭୟଭୀତ କରାଇ ଗୋଟିଏ ସୁନା ଚେନ ସହ ମନି ପର୍ସ ଝାମ୍ପି ନେଇ ଯାଇଥିଲେ । ଏ ନେଇ ଛାତ୍ର ଜଣକ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପ୍ରକାରେ ପୁଲିସ କେସ ନମ୍ବର ୧୭୬/୨୪ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ଶରତ କୁମାର ମାହାଲିକ ସୂଚନା ଦେଇଛନ୍ତି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories