www.samajalive.in
Saturday, December 6, 2025
16.1 C
Bhubaneswar

ନିରଞ୍ଜନଙ୍କ ଘରୁ ଚୋରି ଘଟଣା: ଆଇନଶୃଙ୍ଖଳା ପରିସ୍ଥିତି ନେଇ ନବୀନଙ୍କ ଉଦବେଗ

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଦୟନୀୟ ହୋଇପଡ଼ିଛି। ଖୋଦ ରାଜଧାନୀ ଭୁବନେଶ୍ଵରେ ସୁରକ୍ଷା ବ୍ୟବସ୍ଥା ଅତ୍ୟନ୍ତ ବିଯର୍ପ୍ୟସ୍ତ। ବିଜେପି ସରକାରକୁ ଆସିବା ପରଠାରୁ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ହେବା ଘଟଣା ପରେ ସରକାରଙ୍କୁ ଏଭଳି ଟାର୍ଗେଟ କରିଛନ୍ତି ନବୀନ।

ନବୀନ କହିଛନ୍ତି, ପ୍ରବାସୀ ଭାରତୀୟ ସମ୍ମିଳନୀ ପୂର୍ବରୁ ରାଜଧାନୀରେ ହତ୍ୟାକାଣ୍ଡ ଘଟିଲା। ବିଭିନ୍ନ ଅଞ୍ଚଳରେ ଚୋରି, ରାହାଜାନୀ ବଢ଼ିଚାଲିଛି। ୨ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ଏହା ପୂର୍ବରୁ ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନଙ୍କ ଘରୁ ଚୋରି ହେବା ଘଟଣା ଅତ୍ୟନ୍ତ ଉଦବେଗଜନକ। ଭିଆଇପି କଲୋନୀରୁ ଚୋରି ହେଉଛି। ସାଧାରଣ ଲୋକ କେତେ ସୁରକ୍ଷିତ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ସତ୍ବେ ଚୋରି ହେବା ସାଧାରଣ ଜନତାଙ୍କ ଧନଜୀବନ କେତେ ସୁରକ୍ଷିତ ତାହା ପ୍ରଶ୍ନବାଚୀ। ଏହା ସରକାରଙ୍କ ଅପାରଗତା ବୋଲି ନବୀନ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ଵରର ନୟାପଲ୍ଲୀ ଭିଆଇପି କଲୋନୀସ୍ଥିତ ନିରଞ୍ଜନଙ୍କ ବାସଭବନରୁ ଚୋରି ହୋଇଛି। ଘରେ କେହି ନ ଥିବାର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଆଲମିରା ଲକର୍‌ ତାଡ଼ି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। ସିସିଟିଭି ଫୁଟେଜକୁ ଆଧାର କରି ଘଟଣାସ୍ଥଳରେ ନୟାପଲ୍ଲୀ ପୁଲିସ୍ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories