www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

ନୂଆପଡ଼ା: ଧରମବନ୍ଧା ଥାନା ଅନ୍ତର୍ଗତ ପାଓ୍ଵାତଲା ଗ୍ରାମରେ ଥିବା ଏକ ମହୁଲଗଛରେ ପ୍ରେମୀ ଯୁଗଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତକ ପ୍ରେମିକ ଓ ପ୍ରେମିକା ହେଲେ ଶିବ ମାଝୀ(୨୧) ଓ ରଶିଦା ମାଝୀ(୧୮) । ରବିବାର ସକାଳେ ସ୍ଥାନୀୟଲୋକେ ଝୁଲନ୍ତା ଅବସ୍ଥାରେ ସେମାନଙ୍କ ମୃତଦେହ ଦେଖିଲା ପରେ ପୁଲିସକୁ ଖବର ଦେଇଥିଲେ । ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ଦୀର୍ଘ ଦିନ ଧରି ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିବା ବେଳେ ଉଭୟ ବିବାହ କରିବାକୁ ଚାହୁଁଥିଲେ । ହେଲେ ପ୍ରେମିକା ରଶିଦା ମାଝୀଙ୍କ ପରିବାର ପକ୍ଷରୁ ଏହାକୁ ସମ୍ମତି ମିଳି ନଥିଲା । ଶେଷରେ ଶନିବାର ରାତିରେ ଉଭୟ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି । କେହି ଦୁର୍ବୃତ୍ତ ସେମାନଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ନେଇ ମଧ୍ୟ ସନ୍ଦେହ ସୃ​‌ଷ୍ଟି ହୋଇଛି ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories