www.samajalive.in
Sunday, December 7, 2025
23.1 C
Bhubaneswar

୪ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର : ୪ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ରବିବାର ସକାଳୁ ବର୍ଷା ଆରମ୍ଭ ହେବ। କିଛି ଜିଲାରେ ପ୍ରବଳ ବର୍ଷା ବି ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ବିଶେଷକରି କୋରାପୁଟ, କଳାହାଣ୍ଡି, ମାଲକାନଗିରି, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ଏବଂ ଏହା ପରେ ପାଗରେ ପରିବର୍ତ୍ତନ ଆସିବ। ତଥାପି ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜିବୀମାନଙ୍କୁ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଓଡ଼ିଶା ଉପୂକଳ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେଉଛି। ତେଣୁ ଏହା ଆଉ ଲଘୁଚାପରେ ପରିବର୍ତ୍ତିତ ହେବ ନାହିଁ ବୋଲି କୁହାଯାଉଛି । ଏଥିଯୋଗୁଁ ବର୍ଷାର ପରିମାଣ ମଧ୍ୟ ହ୍ରାସ ପାଇବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି। ତେବେ ୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ଅଛି। ଏପରି ହେଲେ ପୁଣି ବର୍ଷା ବଢ଼ିବ।
ହସ୍ତଗତ ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଗତ ୩/୪ ଦିନ ହେଲା ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେଉଥିଲା। କିଛି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। କିନ୍ତୁ ଏହା ଏବେ ଦୁର୍ବଳ ହୋଇଚାଲିଛି। ତେଣୁ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା କମ୍ ରହିଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories