www.samajalive.in
Friday, December 12, 2025
17.1 C
Bhubaneswar

୨୪ଘଣ୍ଟାରେ ଅବପାତ,୧୦ରୁ ବର୍ଷିବ

ଭୁବନେଶ୍ୱର : ଆରବ ସାଗରରେ ତୀବ୍ର ଅବପାତ ରୂପ ନେଇଥିବା ଲଘୁଚାପ ବାତ୍ୟା ଆଡ଼କୁ ମୁହାଁଉଥିବାବେଳେ ଏହାର ପ୍ରଭାବରେ ତାମିଲନାଡ଼ୁ, ପୁଡ଼ୁଚେରୀ, କେରଳ ଓ ଲାକ୍ଷାଦ୍ୱୀପରେ ପ୍ରବଳ ବର୍ଷା ଓ ସାମୁଦ୍ରିକ ଝଡ଼ ବହିବାର ସମ୍ଭାବନା ରହିଛି। ଅନୁରୂପ ଭାବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ୨୪ଘଣ୍ଟାରେ ଅବପାତ ରୂପ ନେବା ସହ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହ ମନ୍ତ୍ରାଳୟ ବିପର୍ଯ୍ୟୟ ପରିଚାଳନା ଡ଼ିଭିଜନ ଜାତୀୟ ଜରୁରୀକାଳୀନ ମୁକାବିଲା କେନ୍ଦ୍ର ପକ୍ଷରୁ ପ୍ରଭାବିତ ହେବାକୁ ଥିବା ରାଜ୍ୟର ମୁଖ୍ୟସଚିବଙ୍କ ନିକଟକୁ ଜରୁରୀ ବାର୍ତ୍ତା ପଠାଯିବା ସହିତ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଓଡ଼ିଶାରୁ ବିଦାୟ ନେଇଥିଲେ ବି ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ୨୪ଘଣ୍ଟାରେ ଅବପାତରେ ପରିଣତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ସ୍ୱତନ୍ତ୍ର ବୁଲେଟିନ୍‍ରେ ସତର୍କ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ପରବର୍ତ୍ତୀ ୨୪ଘଣ୍ଟାରେ ତୀବ୍ର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରି ୭୨ଘଣ୍ଟାରେ ଓଡ଼ିଶା ଉପକୂଳ ଛୁଇଁପାରେ। ଏହାର ପ୍ରଭାବରେ ୧୦ତାରିଖରୁ ବର୍ଷା ଆରମ୍ଭ ହବ। ୧୧ ଓ ୧୨ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅଧିକ ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ଗଭୀର ସମୁଦ୍ରକୁ ନଯିବା ପାଇଁ ସତର୍କ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ୮ରୁ ୧୦ ତାରିଖ ମଧ୍ୟରେ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୪୫ରୁ ୬୫କିମି ରହିବ। ସୂଚନାଯୋଗ୍ୟ ଯେ ଦକ୍ଷିଣପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତ ରୂପ ନେବା ପରେ ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମରେ ଦକ୍ଷିଣ ଓମାନ ଓ ପାର୍ଶ୍ବବର୍ତ୍ତୀ ୟେମେନ ଉପକୂଳକୁ ମୁହାଁଇବ। ଏହାର ପ୍ରଭାବରେ ତାମିଲନାଡ଼ୁ, ପୁଡ଼ୁଚେରୀ, କେରଳ ଓ ଲାକ୍ଷାଦ୍ୱୀପରେ ପ୍ରବଳ ବର୍ଷା ଓ ସାମୁଦ୍ରିକ ଝଡ଼ ହେବ। ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ବିପର୍ଯ୍ୟୟ ପରିଚାଳନା ଡ଼ିଭିଜନର ଜାତୀୟ ଜୁରୀକାଳୀନ ମୁକାବିଲା କେନ୍ଦ୍ର ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ବାର୍ତ୍ତା ପଠାଯାଇଛି।
ବର୍ଷା ପବନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ସହିତ ଏହାର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ବିପର୍ଯ୍ୟୟ ପରିଚାଳନା ଡ଼ିଭିଜନର ଜାତୀୟ ଜରୁରୀକାଳୀନ ମୁକାବିଲା କେନ୍ଦ୍ର (ଏନଇଆରସି) ପକ୍ଷରୁ ରାଜ୍ୟ ମୁଖ୍ୟ ସଚିବଙ୍କୁ ସୂଚନା ଦିଆଯାଇଛି। ଜିଲା ପ୍ରଶାସନକୁ ଏ ଦିଗରେ ସଜାଗ ରହିବାକୁ କୁହାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories