www.samajalive.in
Sunday, December 7, 2025
14.1 C
Bhubaneswar

ଘୂର୍ଣ୍ଣିବଳୟ ସୃଷ୍ଟି, ମଙ୍ଗଳବାର ଲଘୁଚାପ

ଭୁବନେଶ୍ୱର: ସେପ୍ଟେମ୍ବର ୨ ତାରିଖ ବେଳକୁ ଆସୁଛି ଆଉ ଏକ ଲଘୁଚାପ। ଏଥିପାଇଁ ରବିବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନ‌ା ଜାରି କରାଯାଇଛି।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ବାଭାବିକ ସ୍ଥାନରୁ ତଳକୁ ରହିଛି। ପୂର୍ବ-ଦକ୍ଷିଣ-ପୂର୍ବ ଦିଗ ହୋଇ ଛତିଶଗଡ଼ର ରାୟପୁର, ଓଡ଼ିଶାର ପୁରୀ ସହିତ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଜି କଟକ, ଭୁବନେଶ୍ବର, ପାରାଦ୍ବୀପ, ଗୋପାଳପୁର, ଛତ୍ରପୁର, ଖୋର୍ଦ୍ଧା, ପୁରୀ ଆଦି ଜିଲାଗୁଡ଼ିକରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କମଳା ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

- Advertisement -

ଅଗଷ୍ଟ ୩୧ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ନିଅଣ୍ଟିଆ ବର୍ଷା ଭରଣା ହୋଇପାରିନି। ରାଜ୍ୟରେ ସ୍ବାଭାବିକ ବର୍ଷା ୯୧୪.୫ ମି.ମି. ହେବାକୁ ଥିବାବେଳେ ୮୬୭.୯ ମି.ମି. ବର୍ଷା ହୋଇଛି, ଯାହାକି ୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ସ୍ବାଭାବିକରୁ ଅଧିକ ବର୍ଷା ହୋଇଛି। ଅର୍ଥାତ ଅଗଷ୍ଟରେ ଉତ୍ତର ଓ ଦକ୍ଷିଣରେ ବର୍ଷା ହୋଇଥିବାବେଳେ ପଶ୍ଚିମ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରାୟତଃ କମ୍‌ ବର୍ଷା ରହିଛି। ତଥାପି ଯାଜପୁର, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ନିଅଣ୍ଟିଆ ବର୍ଷା ରହିଛି। ଅବଶିଷ୍ଟ ଜିଲାଗୁଡ଼ିକରେ ମୌସୁମୀ ସ୍ବାଭାବିକ ବର୍ଷିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories