www.samajalive.in
Friday, December 5, 2025
26.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ ; ୪ ଦିନ ବର୍ଷିବ

ଭୁବନେଶ୍ୱର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୭ରୁ ୨୦ ପର୍ଯ୍ୟନ୍ତ ବର୍ଷା ଲାଗିରହିବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ରିପୋର୍ଟରୁ ଜଣାପଡ଼ିଛି ଯେ ହିମାଳୟ ପାଦଦେଶରୁ ବଙ୍ଗୋପସାଗରକୁ ଲମ୍ବିଥିବା ମୌସୁମି ଟ୍ରଫଲାଇନ ଧୀରେ ଧୀରେ ସକ୍ରିୟ ହେଉଛି। ଘୂର୍ଣ୍ଣିବଳୟ ଓ ମୌସୁମି ଟ୍ରଫଲାଇନ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା କାଲିଠାରୁ ବର୍ଷା ଆରମ୍ଭ ହୋଇଯିବ। ୧୭ରେ ଗଜପତି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୧୮ରେ କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷିବ। ୧୯ରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଭଦ୍ରକ ଏବଂ ୨୦ରେ ଦକ୍ଷିଣ ଓ ଉପକୂଳର ଅର୍ଦ୍ଧାଧିକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ସମୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories