www.samajalive.in
Sunday, December 7, 2025
26.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ ; ୪ଦିନ ବର୍ଷିବ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମି ସକ୍ରିୟ ହେବା ସହିତ ଆସନ୍ତାକାଲିଠାରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି।
ପାଣିପାଗ ବିଭାଗ ତଥ୍ୟ ଅନୁସାରେ ରାଜ୍ୟରେ ଏବେ ମୌସୁମି ଟ୍ରଫ ଲାଇନ ସକ୍ରିୟ ରହିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ଅଳ୍ପ କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏବେ ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଆଉଏକ ଘୂର୍ଣ୍ଣିବଳୟ ରହିଛି। ଏସବୁର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ଏବଂ ୧୩ରୁ ଅଧିକ ବର୍ଷିବ ବୋଲି ସୂଚନା ମିଳିଛି। ଏବେ ମୌସୁମି ଟ୍ରଫଲାଇନ ଓ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ୬ଟି ଜିଲାରେ ପ୍ରବଳ ବର୍ଷର୍ା ହୋଇପାରେ। ସେହିପରି ୧୨ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୩ ଓ ୧୪ରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ବର୍ଷା ହେବା ସହିତ ୧୧ଟି ଜିଲାରେ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories