www.samajalive.in
Thursday, December 11, 2025
26.1 C
Bhubaneswar

ଲଘୁଚାପ ସକ୍ରିୟ ; ୧୧ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର  : ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସହିତ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ପ୍ରକୋପ ଜାରି ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେତେକ ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ବର୍ଷା ପ୍ରଭାବ ଆସନ୍ତା ୧୧ତାରିଖ ପର୍ଯ୍ୟନ୍ତ ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ୪ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ୱାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହିତ କଚା ଘର ଭାଙ୍ଗିବା ଓ ରାସ୍ତା ଯୋଗାଯୋଗ ବିଚ୍ଛିନ୍ନ ହେବାର ଆଶଙ୍କା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ୮ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାଛଡ଼ା କୋରାପୁଟ, କଳାହାଣ୍ଡି, କନ୍ଧମାଳ,ଢ଼େଙ୍କାନାଳ, କଟକ ଓ ମୟୂରଭଞ୍ଜ ଆଦି ୬ଟି ଜିଲାରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆସନ୍ତା ୯ତାରିଖ ସକାଳ ସୁଦ୍ଧା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା ଓ ବରଗଡ଼ ଆଦି ୫ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ବୁଲେଟିନରେ ସୂଚନା ଦିଆଯାଇଛି।
ଲଘୁଚାପ ପ୍ରଭାବ ଯୋଗୁଁ ଉପକୂଳ ଅଞ୍ଚଳରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ମତ୍ସ୍ୟଜୀବୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି।
ଯେଉଁସବୁ ଜିଲାକୁ ରେର୍ଡ଼, ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି ସେଠିକାର ଜିଲାପାଳମାନେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବା ନିମନ୍ତେ ସ୍ବତନ୍ତ୍ର ରିଲିଫ କମିଶନର ଏସବୁ ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ତଳିଆ ଓ ଜଳମଗ୍ନ ଆଶଙ୍କା ଥିବା ଅଞ୍ଚଳରୁ ଲୋକଙ୍କୁ ନିରାପଦ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରିବା ସହିତ ସେମାନଙ୍କୁ ଖାଦ୍ୟ, ପାନୀୟଜଳ ଆଦି ଯୋଗାଇଦେବା ପାଇଁ ଅାଗୁଆ ବ୍ୟବସ୍ଥା କରିବାକୁ କୁହାଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସର୍ବାଧିକ ୧୭୦ମିମି ବର୍ଷା ରେକର୍ଡ଼ ହୋଇଛି। ସେହିପରି ପୁରୀରେ ୧୧୮, ଫୁଲବାଣୀରେ ୧୧୩, ସୋନପୁରରେ୧୦୪, ଦାରିଙ୍ଗବାଡ଼ିରେ ୮୮, ଅନୁଗୋଳରେ ୯୪, କଟକରେ ୨୯, ଟିଟିଲାଗଡ଼ରେ ୩୭, ବଲାଙ୍ଗୀରରେ ୪୮, କୋରାପୁଟରେ ୩୪, ତାଳଚେରରେ ୪୭, କେନ୍ଦୁଝରଗଡ଼ରେ ୩୬, ମିମି ବର୍ଷା ହୋଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।

Hot this week

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟଟ୍ଟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

Related Articles

Popular Categories