www.samajalive.in
Saturday, December 6, 2025
16.1 C
Bhubaneswar

ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ବର : ବାତ୍ୟା ‘ଗୁଲାବ’ ଦୁର୍ବଳ ହୋଇଥିବାବେଳେ ପୂର୍ବ କେନ୍ଦ୍ରୀୟ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ତତସଂଲଗ୍ନ ମ୍ୟାଁମାର ଉପକୂଳ‌ ଉପରେ ଘୂର୍ଣ୍ଣିବଳୟ ରହିଛି। ଏହାସହିତ ମୌସୁମି ନିମ୍ନଚାପ ରେଖା(ଟ୍ରଫଲାଇନ) ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି।
ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ଦିନରେ ପ୍ରବଳ ବର୍ଷା ଲାଗି ରହିବ। ପାଣିପାଗ ବିଶେଷଜ୍ଞ ଓ ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏପରିକି ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୁରୁବାର ସୁନ୍ଦରଗଡ଼, ଝ‌ାରସୁଗୁଡ଼ା, ବରଗଡ଼ ଓ କେନ୍ଦୁଝର ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏସବୁ ଦିନ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି।
ଅନ୍ୟପକ୍ଷରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ବଙ୍ଗୋପ ସାଗରରେ ଏକାଧିକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ପ୍ରଫେସର ପଶୁପାଳକ କହିଛନ୍ତି। ସେ କହିଛନ୍ତି ବର୍ତ୍ତମାନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବଳୟ ୨୯ରେ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଉତ୍ତର ଆଡ଼କୁ ଗତି କରିବ ଏବଂ ଉତ୍ତର ବିହାର ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗ ଉପରେ ଅକ୍ଟୋବର ୪ରେ ଅବପାତରେ ପରିଣତ ହୋଇପାରେ। ଏହାଫଳରେ ଉପକୂଳରେ ଅକ୍ଟୋବର ୩ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ସେହିପରି ଅକ୍ଟୋବର ୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ ପୂର୍ବାନୁମାନ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories