www.samajalive.in
Tuesday, December 9, 2025
15.1 C
Bhubaneswar

ଘୂର୍ଣ୍ଣିବଳୟ ସକ୍ରିୟ ; ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଡେସ୍କ : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ଫଲୌଦୀରୁ ବାହାରି ପୁରୀ ମଧ୍ୟଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ହେବା ନେଇ ୧୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୪୧ ପ୍ରତିଶତ ଅଧିକ ରହିଛି । ଚଳିତ ମୌସୁମୀ ଋତୁରେ ଗତ ଜୁନ୍‌‌ ପହିଲାରୁ ଆଜି ମଧ୍ୟରେ ହାରାହାରି ୩୪୬.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହା ସ୍ୱାଭାବିକ ବର୍ଷା ୪୦୫.୫ ମିଲିମିଟର ତୁଳନାରେ ୧୫ ପ୍ରତିଶତ କମ୍‌‌ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

- Advertisement -

ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୫୮୧.୫ ମିମି ସହ ସ୍ୱାଭାବିକ ବର୍ଷା ତୁଳନାରେ ୩୮% ଅଧିକ ରହିଛି । ସେହିପରି ନବରଙ୍ଗପୁର ଜିଲ୍ଲାରେ ସବୁଠାରୁ ୨୪୯.୪ ମିମି ସହ ୪୯% କମ ବର୍ଷା ରେକର୍ଡ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories