www.samajalive.in
Monday, December 8, 2025
27.1 C
Bhubaneswar

ଅତି ଭୀଷଣ ବାତ୍ୟାର ରୂପ ନେବ ୟାସ : ଆଇଏମଡି

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ୟାସ’ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହା କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ। ଏହା ଉତର-ଉତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ।  ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ଉପକୂଳ ଛୁଇଁବ। ଉତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଏହା ଉପକୂଳ ଛୁଇଁବ।
ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଏପର୍ଯ୍ୟନ୍ତ ଆମେ ଏହା ନିର୍ଦ୍ଦିଷ୍ଟ ଭାବେ କେଉଁଠି ସ୍ଥଳ ଭାଗ ଛୁଇଁବ, ତାହା ଆକଳନ ହୋଇନାହିଁ । ତେବେ ଉତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଏହା ଉପକୂଳ ଛୁଇଁବ ବୋଲି ଆକଳନ କରିଛୁ। ତେବେ ଆସନ୍ତାକାଲି ଏହା ଅବପାତର ରୂପ ନେବା ପରେ କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ଆକଳନ କରାଯାଇପାରିବ।
ଶ୍ରୀ ମହାପାତ୍ର କହିଛନ୍ତି, ଏହି ଲଘୁଚାପ ପ୍ରଭାବରେ ଏବେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଶାନ୍ତ ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ଏସବୁ ଅଞ୍ଚଳ ଅଶାନ୍ତ ରହିବ। ତା’ପରେ ଉତର ବଙ୍ଗୋପସାଗର ଏବଂ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗର ୨୪ ତାରିଖରୁ ୨୭ ତାରିଖ ଯାଏ ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନେ ବର୍ତମାନ ସମୁଦ୍ର ଭିତରକୁ ଯିବା ଠିକ୍ ନୁହେଁ। ଏହା ଏକ ଅତି ଭୀଷଣ ବାତ୍ୟା ହୋଇଥିବାରୁ ସ୍ଥଳଭାଗ ଛୁଇଁବା ବେଳେ ଘଣ୍ଟାପ୍ରତି ସର୍ବାଧିକ ୧୬୫ କି.ମି ବେଗରେ ପବନ ହେବ। ଘଣ୍ଟାପ୍ରତି ସର୍ବନିମ୍ନ ୧୨୦ କି.ମି ବେଗରୁ ପବନ ବହିବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୧୮୫ କି.ମି ହେବ।

ବିଶେଷ କରି ପଶ୍ଚିମବଙ୍ଗକୁ ଲାଗି ଉତର ଓଡ଼ିଶାର ଯେଉଁ ଉପକୂଳ ଅଞ୍ଚଳ ରହିଛି ସେଠାରେ ପବନର ବେଗ ସବୁଠୁ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ୨୫ ତାରିଖ ଅପରାହ୍ଣ ବା ସନ୍ଧ୍ୟାରୁ ଉତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇପାରେ ଏବଂ ଧୀରେ ଧୀରେ ଏହା ବଢ଼଼ି ପ୍ରବଳ ବର୍ଷା ହୋଇପାରେ। ଉତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ୨୬ ଓ ୨୭ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories