www.samajalive.in
Saturday, December 6, 2025
17.1 C
Bhubaneswar

ବାତ୍ୟା ‘ଦାନା’ ପାଇଁ ଭୟଭୀତ ହୁଅନ୍ତୁନି

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରି କହିଛନ୍ତି। ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି, ଲୋକମାନେ ଏଥିପାଇଁ ଭୟଭୀତ ହୁଅନ୍ତୁ ନାହିଁ। ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ନେଇ ସମୀକ୍ଷା କରିବେ। କେବଳ ପ୍ରଭାବିତ ହେବାକୁ ଥିବା ଜିଲା ନୁହେଁ, ବରଂ ପୁରା ୩୦ଟି ଜିଲାରେ ପ୍ରସ୍ତୁତି କରାଯାଉଛି। ୩୦ଟି ଜିଲାରେ ଓଡ୍ରାଫ ଟିମ୍‌‌ ମୁତୟନ ରହିବା ସହ ଏନଡିଆରଏଫ ଟିମ୍‌‌ କୁ ଆଲର୍ଟ ରଖାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡା ବାରଣ କରାଯିବା ସହ ଟ୍ରଲରମାଲିକ ଯଦି ଜୋର କରି ସେମାନଙ୍କୁ ପଠାନ୍ତି ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନିଆଯିବ। ଉପକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ। କେହି ଭୟଭୀତ ହୁଅନ୍ତୁ ନାହିଁ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରି କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories