www.samajalive.in
Saturday, December 6, 2025
14.1 C
Bhubaneswar

ଘୂର୍ଣ୍ଣିବଳୟ ; ତିନିଦିନ ବର୍ଷା

ଭୁବନେଶ୍ୱର : ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ଓ ଟ୍ରଫଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ବୁଲେଟିନରେ ସୂୂଚନା ଦିଆଯାଇଛି।
ଆସନ୍ତା ୩୦ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଢ଼େଙ୍କାନାଳ ଆଦି ୧୬ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଅକ୍ଟୋବର ପହିଲାରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ ଓ ଅନୁଗୋଳରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବାବେଳେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୋଳ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲାରେ ବଜ୍ରପାତ ସହିତ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories