www.samajalive.in
Saturday, December 6, 2025
16.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆଜି ପାଇଁ ୬ଜିଲା ଝାରସୁଗୁଡା, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝରକୁ ସତର୍କତା ଜାରି ହୋଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବା ସମ୍ଭାବନା ରହିଛି । ଅଗଷ୍ଟ ଓ ସେପ୍ଟେମ୍ବରରେ ଦେଶରେ ସ୍ୱାଭାବିକ କିମ୍ବା ସ୍ୱାଭାବିକରୁ ଅଧିକ ବର୍ଷା ହୋଇପାରେ । ଅନୁରୂପ ଭାବେ ଓଡ଼ିଶାରେ ମଧ୍ୟ ସ୍ୱାଭାବିକ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଗଷ୍ଟରେ ରାଜ୍ୟର କିଛି ଅଞ୍ଚଳରେ ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଅଞ୍ଚଳରେ ସ୍ୱାଭାବିକଠାରୁ କମ୍‍ ବର୍ଷିବ ବୋଲି ପାଣିପାଗ ବିଭାଗ ରିପୋର୍ଟରେ ଦର୍ଶାଇଛି । ଅଗଷ୍ଟରେ ଉପକୂଳ ଓଡ଼ିଶାରେ ସ୍ୱାଭାବିକଠୁ କମ୍‍ ବର୍ଷା ହୋଇପାରେ । ତେବେ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱାଭାବିକ ଏବଂ ଆଉ କିଛି ଅଞ୍ଚଳରେ ସ୍ୱାଭାବିକରୁ କମ୍‍ ବର୍ଷା ହେବାର ସମ୍ଭାବନା ରହିଛି ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories