www.samajalive.in
Monday, December 8, 2025
27.1 C
Bhubaneswar

ଓଡ଼ିଶା ଛୁଇଁ ନ ପାରେ ବାତ୍ୟା, ପଶ୍ଚିମବଙ୍ଗ-ବାଂଲାଦେଶ ଆଡକୁ ମୁହାଁଇପାରେ: ଆଇଏମଡି ଡିଜି

ଭୁବନେଶ୍ଵର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ପାରାଦୀପଠାରୁ ୮୧୦ କିଲୋମିଟର ଦୂର ସମୁଦ୍ରରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସମୟରେ ଅବପାତ ଘଣ୍ଟାକୁ ୬ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ତେବେ ବାତ୍ୟା ଓଡ଼ିଶା ଛୁଇଁ ନ ପାରେ। ପଶ୍ଚିମବଙ୍ଗ-ବାଂଲାଦେଶ ଆଡକୁ ବାତ୍ୟା ମୁହାଁଇପାରେ। ତଥାପି ବାତ୍ୟା ଉପରେ ନଜର ରଖାଯାଇଥିବା ଆଇଏମଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ଆସନ୍ତା ୯ ତାରିଖରୁ ୨ ଦିନ ଯାଏ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ଲାଗି ରହିବ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଲୋକେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ମହାପାତ୍ର କହିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories