www.samajalive.in
Wednesday, December 10, 2025
18.1 C
Bhubaneswar

ଅବପାତରେ ପରିଣତ ହେଲା ଲଘୁଚାପ, ୨୪ ଘଣ୍ଟାରେ ଗଭୀର ଅବପାତ !

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ରବିବାର ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଅବପାତଟି ଗୋପାଳପୁରଠାରୁ ୨୬୦ କିଲୋମିଟର ଦୂର ପୂର୍ବ ଦକ୍ଷିଣ-ପୂର୍ବ ଦିଗରେ ରହିଛି।

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପଟି ଅବପାଦର ରୂପ ନେଇଛି। ଏହା ପରେ ଅବପାତ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ। କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହାର ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳ ସତର୍କତା ଜାରି କରାଯାଇଛି।

- Advertisement -

 

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories