www.samajalive.in
Saturday, December 6, 2025
23.1 C
Bhubaneswar

୯ରେ ଲଘୁଚାପ : ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୯ ତାରିଖ ରବିବାର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତୀ ଜିଲ୍ଲା ଗୁଡିକର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକର ଅନେକ ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ସେହିପରି କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ନୂଆପଡା, ରାୟଗଡା, ଗଜପତି, ପୁରୀ, ବରଗଡ଼, ସୋନପୁର, ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, ଦକ୍ଷିଣ ଓଡ଼ିଶାରେ କିଛିକିଛି ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତାକାଲି ଶନିବାର ୮ ତାରିଖରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ,ଜଗତସିଂହପୁର, ପୁରୀ, ଗଞ୍ଜାମ, ଏବଂ ସୁନ୍ଦରଗଡ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବିଜୁଳି ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ,କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଏବଂ ଜଗତସିଂହପୁର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories