ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୧୨ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ । ଏନେଇ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଅବପାତ ରୂପ ନେବା ପରେ ପଶ୍ଚିମ ଉତ୍ତର- ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡେ ମୁହାଁଇବ । ପ୍ରଭାବରେ ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ ସୂଚନା । ଆସନ୍ତା ୨୮ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ, ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Popular Categories



