www.samajalive.in
Saturday, December 6, 2025
26.1 C
Bhubaneswar

ୱେଲ୍‌ ମାର୍କଡ୍‌ରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ଆହୁରି ଘନୀଭୂତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ୱେଲ୍‌ ମାର୍କଡ୍‌ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତ ରୂପ ନେବ। ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଅର୍ଥାତ ସୋମବାର ଦିନ ବାତ୍ୟାର ରୂପ ନେବ। ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ସାମୁଦ୍ରିକ ଝଡ଼ ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ। ୨୬ ତାରିଖ ସୁଦ୍ଧା ବାତ୍ୟା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଯେକୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପଟେ ବାତ୍ୟା ପ୍ରଭାବରେ ଆସନ୍ତା ୨୫ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା- ଆରମ୍ଭ ହେବ। ବାତ୍ୟାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ବାଲେଶ୍ଵର ଗସ୍ତ କରିଛନ୍ତି। ବାତ୍ୟା ପୂର୍ବରୁ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହିତ ସେ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନ୍‌ପରେନ୍ସିଂ ଜରିଆରେ ସେ ବ୍ଲକ ଏବଂ ପଞ୍ଚାୟତ ସ୍ତରର ଅଧିକାରୀମାନଙ୍କ ସହିତ ବିଚାରବିମର୍ଶ କରିଛନ୍ତି। ବାତ୍ୟାରେ ଯେପରି କାହାର ମୃତ୍ୟୁ ନ ଘଟେ ସେଥିପ୍ରତି ପ୍ରାଥମିକତା ଦିଆଯିବାକୁ ଏସଆରସି ଗୁରୁତ୍ଵ ଦେଇଛନ୍ତି।

- Advertisement -

ଏହି ସାମୁଦ୍ରିକ ଝଡ଼ର ନାମ ‘ୟାସ’ ରଖାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତାମିଲାନାଡୁ, ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ-ନିକୋବର ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି। ଜରୁରୀ ଔଷଧ ଗଚ୍ଛିତ ରଖିବା ସହିତ ତାହାକୁ ଠିକ୍‌ ସମୟରେ ଯୋଗାଣ କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବାତ୍ୟା ପ୍ରଭାବରେ ଓଡ଼ିଶାର ୧୪ ଜିଲାରେ ହାଇ-ଆଲର୍ଟ ଜାରି କରିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ନୌସେନା ଏବଂ ତଟରକ୍ଷୀ ବାହିନୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories