www.samajalive.in
Friday, December 12, 2025
26.1 C
Bhubaneswar

ଦାନା ବାନ୍ଧୁଛି ଲଘୁଚାପ-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଏଣେ ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି। ଏହା ଭିତରେ ଆସୁଛି ପୁଣି ଏକ ଲଘୁଚାପ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଥ୍ୟ ଅନୁଯାୟୀ ଆଜି ପୁଣିଥରେ ଟିଟିଲାଗଡ଼ ୪୧.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ରବିବାର ପଶ୍ଚିମ ଓଡ଼ିଶାର ୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି। ଆଗକୁ ବିଶେଷକରି ବଲାଙ୍ଗୀର, ବରଗଡ, କଳାହାଣ୍ଡି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ଝାରସୁଗୁଡା ଏବଂ ସମ୍ବଲପୁର ଆଦି ପଶ୍ଚିମ ଓଡ଼ିଶା ବିଭିନ୍ନ ଜିଲାରେ ତାତି ଆହୁରି ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ସ୍ବାଭାବିକରୁ ପ୍ରାୟ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିପାରେ। ଅର୍ଥାତ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

- Advertisement -

ଆଜି ଝାରସୁଗୁଡା, ବଲାଙ୍ଗୀର ଏବଂ ବୌଦ୍ଧ ତାପମାତ୍ରା ୪୧.୫ ଡିଗ୍ରୀ ଲେଖାଏଁ ଥିବାବେଳେ ସମ୍ବଲପୁର ୪୧.୧, ସୁବର୍ଣ୍ଣପୁର ୪୧, ଭବାନୀପାଟଣା ୪୦.୨, ସୁନ୍ଦରଗଡ ୪୦, ଭୁବନେଶ୍ବର ୩୫.୬ ଏବଂ କଟକରେ ୩୫.୪ ଡିଗ୍ରୀ ରହିଛି। ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରକୋପ ଜାରି

ରହିଥିବାବେଳେ କୋରାପୁଟ ଜିଲାର ସିମିଳିଗୁଡା ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲାରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାକୁ ବଙ୍ଗୋପସାଗରରୁ ସାମୁଦ୍ରିକ ବାୟୁ ପ୍ରବାହ କରୁଛି। ଫଳସ୍ବରୂପ ଉପକୂଳରେ ପାଗ ମେଘୁଆ ରହୁଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି,ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏ ଓ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ତଥ୍ୟ ଅନୁଯାୟୀ ନିମ୍ନ ଚାପରେଖା ଆଜି ସମୁଦ୍ର ପତ୍ତନରୁ ୧.୫ କିମି ଉଚ୍ଚତାରେ ପୂର୍ବ ବିହାରରୁ ଉତ୍ତର ଓଡ଼ିଶା ଯାଏଁ ଲମ୍ବିଛି। ଏଥିସହିତ ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

 

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories