www.samajalive.in
Monday, December 15, 2025
24.1 C
Bhubaneswar

୧୩ରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଦିନେ, ଦୁଇ ଦିନ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ମଙ୍ଗଳବାର କିଛି ଜିଲାରେ ଘଡ଼ଘଡ଼ି ସହ ପବନର ବେଗ ୩୦ରୁ ୪୦ କି.ମି ମଧ୍ୟରେ ରହିବ। ସେଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ତିନି ଦିନ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ହୋଇପାରେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories