୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ଥିବା ବେଳେ କୋରାପୁଟ, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୟାଗଡ଼ ଓ କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
Comments are closed.