www.samajalive.in
Monday, December 15, 2025
27.1 C
Bhubaneswar

ବଙ୍ଗୋପ ସାଗରରେ ୨୪ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପ ସାଗରେ ଅଗଷ୍ଟ ୨୪ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା। ଏହା ଅଗଷ୍ଟ ୨୪ରୁ ୨୬ ପର୍ଯ୍ୟନ୍ତ ସକ୍ରିୟ ରହିବ। ଏହାର ପ୍ରଭାବରେ ପୂର୍ବ ଭାରତ ଏବଂ କେନ୍ଦ୍ରୀୟ ଭାରତରେ ପ୍ରବଳ ବର୍ଷା ହେବ। ଫଳରେ ରାଜ୍ୟରେ ଆଜି ଠାରୁ ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜଗତସିଂହପୁର, କେନ୍ଦୁଝର ଏବଂ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଅଗଷ୍ଟ ୨୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ମନା କରାଯାଇଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories