ଡେସ୍କ: ଦକ୍ଷିଣ-ଉପକୂଳ ଓଡ଼ିଶା ଅଂଚଳରେ ସକ୍ରିୟ ଲଘୁଚାପ ଆଜି ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ୱବର୍ତୀ ଅଂଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼଼, ସମ୍ବଲପୁର ଓ ନୂଆପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ପାଣିପାଗ ବିଭାଗ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଂଜ, ଯାଜପୁର , ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ। ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ , ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି।



