www.samajalive.in
Thursday, December 11, 2025
18.1 C
Bhubaneswar

୪ ବେଳକୁ ଲଘୁଚାପ, ୫ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଶନିବାର ସୃଷ୍ଟି ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ରହିବ। ୪ତାରିଖ ବେଳକୁ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ଦୁଇଦିନ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବା ପରେ ପୁଣି ଉତ୍ତର ଆଡ଼କୁ ଗତି କରିବ। ଫଳରେ ରାଜ୍ୟରେ ୨ରୁ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ୨ ଓ ୩ରେ ଉପକୂଳ ଏବଂ ୫ ଓ ୬ତାରିଖରେ ଉତ୍ତର ଆଭ୍ୟନ୍ତରୀଣରେ ଭୀଷଣ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦ୍ବିତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ତାହା ମଧ୍ୟ ଓଡ଼ିଶାରେ ଭଲ ବର୍ଷିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବର ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବାରିପଦା, ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡି,ଦେବଗଡ଼, ନବରଙ୍ଗପୁରରେ ବର୍ଷା ହୋଇଛି। ଶନିବାର ଉପକୂଳବର୍ତ୍ତୀ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡ଼ା ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ଅଧିକ ରହୁଥିବା ବେଳେ ଆର୍ଦ୍ରତା ଦିନ ତମାମ ୬୦% କିମ୍ବା ଅଧିକ ରହୁଥିବାରୁ ଗୁଳୁଗୁଳି ଲାଗି ରହୁଥିଲା। ୩ ତାରିଖରୁ ପାଗ ପରିବର୍ତ୍ତନ ହେବ।

- Advertisement -

ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ସେପ୍ଟେମ୍ବର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ଦେଶ ଏବଂ ରାଜ୍ୟରେ ସ୍ବାଭାବିକ ବର୍ଷା ହେବ ବୋଲି ଆକଳନ କରିଛି। କିନ୍ତୁ ଅଗଷ୍ଟ ମାସର ନିଅଣ୍ଟିଆ ବର୍ଷା ଉପରେ ପାଣିପାଗ ବିଭାଗର ତଥ୍ୟାନୁଯାୟୀ, ୧୯୦୨ରୁ ୨୦୨୩ ମଧ୍ୟରେ ଚଳିତ ବର୍ଷ ଅଗଷ୍ଟ ମାସରେ ଦେଶରେ ସର୍ବାଧିକ ନିଅଣ୍ଟିଆ ବର୍ଷା ହୋଇଛି। ଅଗଷ୍ଟ, ୧୯୦୨ରେ ନିଅଣ୍ଟିଆ ବର୍ଷା ୨୦.୭% ଥିବାବେଳେ ୧୯୬୫ରେ ୨୪.୬%, ୨୦୦୫ରେ ୨୫% ଏବଂ ୨୦୨୩ରେ ୩୫% ରହିଛି। ୧୨୧ ବର୍ଷ ମଧ୍ୟରେ ସର୍ବାଧିକ ନିଅଣ୍ଟିଆ ବର୍ଷା ଗତ ଅଗଷ୍ଟ ମାସରେ ହୋଇଛି। ପାଣିପାଗ ବିଭାଗ କହୁଛି, ୨୦୦୫ରୁ ପ୍ରାୟତଃ ମୌସୁମୀ ଦୁର୍ବଳ ରହୁଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories