www.samajalive.in
Sunday, December 14, 2025
26.1 C
Bhubaneswar

ଦକ୍ଷିଣ ଚୀନ୍‌ ସାଗରରୁ ଆସୁଛି ବାତ୍ୟା

ଭୁବନେଶ୍ୱର : ଚଳିତ ବର୍ଷ ଦୁର୍ଗାପୂଜା ଟିକେ ଫିକା ପଡ଼ିବା ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଓଡ଼ିଶାର ପାଣିପାଗ ବିଗିଡିବା ସହ ବର୍ଷା ହୋଇପାରେ। ଦକ୍ଷିଣ ଚୀନ ସାଗରରେ ବାତ୍ୟା ’ନୋରୁ’ ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ୨ରୁ ୩ଦିନ ବର୍ଷା ହୋଇପାରେ।
ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ, ବାତ୍ୟା ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମିଆଁମାର ଉପକୂଳ କ୍ଷେତ୍ର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଆଡକୁ ଗତି କରିବ। ଏହାର ପ୍ରଭାବରେ ବାଂଲା ଦେଶ ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ବଢିଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତିକରି ଅକ୍ଟୋବର ୩ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ୍‌ ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳ ଜିଲାର କେତେକ ସ୍ଥାନରେ ଅକ୍ଟୋବର ୨ରେ ପ୍ରବଳ ବର୍ଷା ସମ୍ଭାବନା ସମ୍ଭାବନା ରହିଛି। ସେହିପରି ଅକ୍ଟୋବର ୩ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠାରୁ ଆସନ୍ତା ଅକ୍ଟୋବର ପହିଲା (୧ ତାରିଖ) ପର୍ଯ୍ୟନ୍ତ ପାଗ ମେଘୁଆ ରହିବା ସହ କାଁ ଭାଁ ବର୍ଷା ଜାରି ରହିପାରେ।
ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନରୁ ୪.୫ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ସୋମବାର ମଧ୍ୟାହ୍ନରେ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ସକାଳ ସାଢେ ୮ଟାରୁ ଅପରାହ୍ଣ ସାଢେ ୫ଟା ମଧ୍ୟରେ ରାଜଧାନୀରେ ସର୍ବାଧିକ ୧୦.୨ ମିମି ବର୍ଷା ରେକର୍ଡ ହୋଇଛି। ଏଥିସହ ଚାନ୍ଦବାଲି, ବାରିପଦା, ଭବାନୀପାଟଣା, କୋରାପୁଟ, ପାରଳାଖେମୁଣ୍ଡି, ଖୋର୍ଦ୍ଧା, କେନ୍ଦ୍ରାପଡାରେ ବଜ୍ରପାତ ସହ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ୨୮ ଏବଂ ୨୯ ତାରିଖରେ କିଛି ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ଅକ୍ଟୋବର ପହିଲାରୁ ବର୍ଷା ପରିମାଣ ବୃଦ୍ଧି ପାଇବା ଆଶଙ୍କା ରହିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଣିପାଗ ଅନୁକୂଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ,ରାୟଗଡା, କୋରାପୁଟ, ମାଲକାନଗିରି, ଅନୁଗୋଳ ଜିଲାର କିଛି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
ଅକ୍ଟୋବର ୪ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ବିଭିନ୍ନ ମଡେଲ ଗୁଡିକୁ ଅନୁଧ୍ୟାନ କରାଯିବା ପରେ ଏହି ସୂଚନା ଆସୁଛି। ଆଗକୁ ଏହା ଅଧିକ ସ୍ପଷ୍ଟ ହୋଇପାରିବ ବୋଲି କୁହାଯାଉଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories