www.samajalive.in
Tuesday, December 9, 2025
15.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ : ୨୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଡେସ୍କ :  ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି। ସେହିପରି କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଅଯାଇଛି।
ଅସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ପ୍ରାୟ ୭ରୁ ୨୦ ସେମି ବ​ର୍ଷା ନେଇ ଆକଳନ ସହ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ରବିବାର ଦିନ ପାଇଁ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ  ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ପକ୍ଷରେ  ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories