www.samajalive.in
Sunday, December 7, 2025
23.1 C
Bhubaneswar

ଆସୁଛି ଲଘୁଚାପ, ୨୮ରୁ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୯ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି ଯେ ପଶ୍ଚିମବଙ୍ଗ, ସିକିମ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୯ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଅକ୍ଟୋବର ୩୦ରୁ ନଭେମ୍ବର ୨ ମଧ୍ୟରେ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହୋଇପାରେ। ଏହା ପୂର୍ବରୁ ଅକ୍ଟୋବର ୨୮ରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ ବୋଲି ସୂଚନା ମିଳିଛି। ୨୮ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବା ସହିତ ୨୯ରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ତିତ୍‍ଲି ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ନସରୁଣୁ ଏଇ ଲଘୁଚାପକୁ ନେଇ ଆଶଙ୍କା ଦେଖାଦେଲାଣି। ବିଶେଷ କରି ଗଜପତି, ଗଞ୍ଜାମ ଓ
ରାୟଗଡ଼ା ଆଦି ତିନିଟି ଜିଲା ବାତ୍ୟାରେ ଭୀଷଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ବିପର୍ଯ୍ୟୟ ମାଡ଼ରେ ଏସବୁ ଜିଲାରେ ବ୍ୟାପକ ଭାବେ ଫସଲ କ୍ଷତିଗ୍ରସ୍ତ ହୋଇଛି। ଯଦି ଆଗକୁ ଲଘୁଚାପ ହୁଏ ତେବେ ଅମଳ ହେବାକୁ ଥିବା ଧାନ ଫସଲ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ଓୟୁଏଟି କୁଳପତି ତଥା ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପ ପ୍ରଭାବରେ ଆସନ୍ତା ୨୮ତାରିଖରୁ ସମୁଦ୍ର ସଂଲଗ୍ନ ଅଞ୍ଚଳରେ ବର୍ଷା ହେବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୨୯ରେ ପୂର୍ବ ଓ ଉତ୍ତର ଉପକୂଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହିତ ୩୦ରେ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏବେ ଓଡ଼ିଶାକୁ ଉତ୍ତରା ପବନ ବହୁଛି। ତେଣୁ ଲଘୁଚାପ ସୃଷ୍ଟି ହୋଇଥିବା ଅଞ୍ଚଳରୁ ଓଡ଼ିଶାକୁ ପବନର ବେଗ ଅଧିକ ରହିବ ନାହିଁ। ହେଲେ ଉପକୂଳ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ଲଘୁଚାପ ସୃଷ୍ଟି ହେବା ପରେ ଏହାର ପରବର୍ତ୍ତୀ ଗତିବିଧି ନେଇ ଆକଳନ କରିହେବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories