www.samajalive.in
Tuesday, December 9, 2025
17.1 C
Bhubaneswar

ସକ୍ରିୟ ହେଉଛି ଲଘୁଚାପ : ୭ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୭ ତାରିଖ ସୁଦ୍ଧା ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହା ଆଜି ଠାରୁ ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ହସ୍ତଗତ ସୂଚନା ଅନୁସାରେ ଲଘୁଚାପ ଆାଗାମୀ ଚାରିଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର କେନ୍ଦୁଝର ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ହେବ। ରାଜ୍ୟର ୧୧ଟି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖ ଦିନ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏଥିପାଇଁ ୧୨ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ବୃଷ୍ଟିର ସମ୍ଭାବନା ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories