www.samajalive.in
Saturday, December 6, 2025
14.1 C
Bhubaneswar

୧୧ରେ ଲଘୁଚାପ, ୪ ଦିନ ବଜ୍ରପାତ ବର୍ଷା

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ୧୧ ତାରିଖ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ବୁଧବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତାକାଲିଠାରୁ ଅନେକ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିପାରେ। ୧୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ.ଆର ବିଶ୍ବାସ କହିଛନ୍ତି।
ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ନିମ୍ନ ଚାପରେଖା ଆଜି ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଦକ୍ଷିଣ ବିହାର, ଉତ୍ତର ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି। ତା’ଛଡା ଅନ୍ୟ ଏକ ନିମ୍ନ ଚାପରେଖା ଉତ୍ତର ଦକ୍ଷିଣ ସମୁଦ୍ର ପତ୍ତନରୁ ୧.୫ କିମି ଉପରେ ଝାଡ଼ଖଣ୍ଡରୁ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସଂିହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।
ରାଜ୍ୟରେ ଜୁନ୍ ପହିଲାରୁ ଜୁଲାଇ ୭ ସୁଦ୍ଧା ୨୨୪.୪ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୨୮୬.୯ ମିମିରୁ ୨୨ ପ୍ରତିଶତ କମ। ୧୫ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଅବଶିଷ୍ଟ ୧୫ ଜିଲାରେ ସ୍ବାଭାବିକ ବର୍ଷା ଅନୁଭୂତ ହୋଇଛି। କୋରାପୁଟରେ ସର୍ବାଧିକ ବର୍ଷା ୩୨୯.୨ ମିମି ରେକର୍ଡ କରାଯାଇଛି। ଭଦ୍ରକରେ ସର୍ବନିମ୍ନ ୧୧୯.୩ ମିମି ବର୍ଷା ହୋଇଛି। ଆଜି ସୁଦ୍ଧା ରାଜଧାନୀରେ ୩୭୬.୩ ମିମି ବର୍ଷା ଅନୁଭୂତ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories