www.samajalive.in
Sunday, December 7, 2025
23.1 C
Bhubaneswar

ଲଘୁଚାପ କ୍ଷେତ୍ର ସକ୍ରିୟ : ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିିଂ

ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ଆଜି ଗାଙ୍ଗୀୟ–ପଶ୍ଚିମବଙ୍ଗ ଉପତ୍ୟାକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତୀ ଅଂଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତାକାଲି(ଗୁରୁବାର) ସକାଳ ସାଢ଼େ ୮ଟା ଭିତରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବା ରହିଛି । ବର୍ଷା ଯୋଗୁ ତଳିଆ ଅଂଚଳର ବର୍ଷା ପାଣି ଜମି ରହିବ। ସୁବର୍ଣ୍ଣରେଖା ଅବବାହିକା ଅଞ୍ଚଳରେ ଜଳ ପତ୍ତନ ବୃଦ୍ଧି ପାଇବ। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories