www.samajalive.in
Saturday, December 6, 2025
16.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ଦକ୍ଷିଣ ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର ବିହାର କେନ୍ଦ୍ରୀୟ ଅଞ୍ଚଳ, ଓଡ଼ିଶା ଏବଂ ଝାଡ଼ଖଣ୍ଡ ମଧ୍ୟରେ ଏକ ନିମ୍ନଚାପରେଖା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ଏବଂ ନିମ୍ନଚାପରେଖା ପ୍ରଭାବରେ ରବିବାର ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି।

ରବିବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଭୁବନେଶ୍ବର, ଗୋପାଳପୁର, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ଭବାନୀପାଟଣା, ବଲାଙ୍ଗିର, ଟିଟିଲାଗଡ଼, ନୟାଗଡ଼ ଏବଂ ରାଉରକେଲା ଆଦି ଅଞ୍ଚଳରେ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ, ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୨ତାରିଖ ଅପରାହ୍ଣରୁ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ତାରିଖରୁ ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଗଲାଣି।

- Advertisement -

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories