www.samajalive.in
Monday, December 15, 2025
15.1 C
Bhubaneswar

‘ଉପକୃତ ହେବେ ୧୪ ଜିଲା ବାସିନ୍ଦା’ ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗୀର: କେନ୍ଦ୍ର ତୈଳ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବଲାଙ୍ଗୀର ଜିଲ୍ଲା ବିରକାନୀରେ ଏକ ଏଲପିଜି ବଟଲିଂ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥାୱରଚାନ୍ଦ ଗେହଲଟ୍ ଉପସ୍ଥିତ ଥିଲେ । ଭାରତ ପେଟ୍ରୋଲିୟମ୍ କର୍ପୋରେସନ୍ ଲିମିଟେଡ୍ ପକ୍ଷରୁ ୧୦୩ କୋଟି ଟଙ୍କା ବ୍ୟୟ ଅଟକଳରେ ୨୩ ଏକର ସ୍ଥାନରେ ଏହି ବଟଲିଂ ପ୍ଲାଣ୍ଟ ନିର୍ମିତ ହୋଇଛି ।
ଏହି ପ୍ଲାଣ୍ଟ ବର୍ଷକୁ ୪୨ ଲକ୍ଷ ସିଲିଣ୍ଡର ଉତ୍ପାଦନ କରିବାର କ୍ଷମତା ରହିଥିବା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ବଲାଙ୍ଗୀର , ଝାରସୁଗୁଡା , ସମ୍ବଲପୁର , ବରଗଡ, କଳାହାଣ୍ଡି , ସୋନପୁର , କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ବୌଦ୍ଧ, କନ୍ଧମାଳ , ରାୟଗଡା , ସୁନ୍ଦରଗଡ ଏବଂ ନୂଆପଡା ୧୪ଟି ଜିଲ୍ଲା ବାସିନ୍ଦାଙ୍କ ଆବଶ୍ୟକତାକୁ ପୂରଣ କରିବ । ଦେଶର କୋଣ ଅନୁକୋଣରେ ଏଲ୍‌ପିଜି ଗ୍ୟାସ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ପ୍ରତିଶ୍ରୁତି ପୂରା ହୋଇଛି ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories